"କଳା ମାଣିକରେ" କବିତା ର ତାତ୍ପର୍ଯ୍ୟ ଲେଖ। please answer Odia question class 7 ...
Answers
Answer:
ଭାଷା ମାଆ ପାଇଁ କବିତାଟିଏ //କରୁଣାକର ମଲିକ
[ଆମ ଭାଷାକୁ ମାରିଦେବା ପାଇଁ ଆମ ରାଜ୍ୟ ମୁଖ୍ୟମନ୍ତ୍ରୀ ଯେଉଁ ଚକ୍ରାନ୍ତ ଚଳାଇଛନ୍ତି ତା କବଳରେ ପଡ଼ି ଆମ ଜାତିର ପରିଚୟ ଏବେ ବିପଦାପନ୍ନ । ତାକୁ ବିପଦମୁକ୍ତ କରିବା ପାଇଁ ଆମେ ଯେଉଁ ଭାଷା ଆନ୍ଦୋଳନ ଚଳାଇଛୁ, ତାହା ପ୍ରତ୍ୟାହୃତ ହୋଇସାରିଛି ବୋଲି ଏକଦା ଆନ୍ଦୋଳନ ପ୍ରତିଷ୍ଠତାଙ୍କ ଦୁଇ ସହଯୋଗୀଙ୍କଠାରୁ କଳା ଟଙ୍କା ଦେଇ ମୁଖ୍ୟମନ୍ତ୍ରୀ ଲେଖେଇନେଇଛନ୍ତି । ଗୋଟିଏ ରାଜ୍ୟର ମୁଖ୍ୟମନ୍ତ୍ରୀ ସେହି ରାଜ୍ୟର ମାତୃଭାଷାକୁ ମାରିଦେବା ପାଇଁ ଏପରି କୁତ୍ସିତ ଚକ୍ରାନ୍ତ କରିବା ସାରା ବିଶ୍ଵରେ ବିରଳ । ବିଶ୍ଵରେ ବିରଳ ମଧ୍ୟ ଆମ ଆନ୍ଦୋଳନ ପରି ଏକ ଆନ୍ଦୋଳନ, ଯାହା ନିଜର ମାତୃଭାଷାକୁ ସରକାରୀ ଷଡ଼ଯନ୍ତ୍ର କବଳରୁ ରକ୍ଷା କରିବା ପାଇଁ ସଂପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଭାବେ ବର୍ଷ ବର୍ଷ ଧରି ନୀରବରେ ନିଜର ଦାବି ନିବେଦନ କରିପାରେ । ଏହି ଆନ୍ଦୋଳନ ଏତେ ନୀତିନିଷ୍ଠ ଯେ, କରୋନା ପରିଚାଳନାରେ ସରକାରଙ୍କୁ ଚାପମୁକ୍ତ ରଖିବା ପାଇଁ ଏହା ପ୍ରତ୍ୟହ ଚଳାଇଥିବା କଳାପତାକା ଅଭିଯାନକୁ କାୟିକତଃ ସ୍ଥଗିତ ରଖିଛି ; କିନ୍ତୁ ଅବ୍ୟାହତ ରଖିଛି ବୌଦ୍ଧିକ ସ୍ତରରେ । ପ୍ରତିଦିନ ଆନ୍ଦୋଳନର ଦାବି ଅଦ୍ୟତନ କରାଯିବା ସଙ୍ଗେ ସଙ୍ଗେ ପ୍ରତି ରବିବାର ସନ୍ଧ୍ୟା ୭ରୁ ଚାଳୁଛି ନଭମଞ୍ଚ ମାଧ୍ୟମରେ ଏହାର ସାରସ୍ଵତ ସାଙ୍ଗଠନିକ ଅଧିବେଶନ ; ଏବଂ ପ୍ରତି ସୋମବାର ପୂର୍ବାହ୍ନ ୧୦ରେ ଫେସବୁକରେ ଥିବା ‘ଭାଷା ମାଆ ପାଇଁ ପଦେ’ ପୃଷ୍ଠାରୁ ଜଣେ ବିଜ୍ଞ ଓଡ଼ିଆ ଆନ୍ଦୋଳନର ଦାବି ଯଥାର୍ଥ ଓ ତାହାକୁ ସରକାର ମାନିନିଅନ୍ତୁ ବୋଲି ସାରଗର୍ଭକ ପରାମର୍ଶ ଦେଉଛନ୍ତି ସରକାରଙ୍କୁ । ବିଶ୍ଵର ଆନ୍ଦୋଳନ ଇତିହାସରେ ଏହା ଯେତିକି ବିରଳ, ସେତିକି ଅଭିନବ । ଏହି କ୍ରମରେ ଅନୁଷ୍ଠିତ ରବିବାସରୀୟ ଅଧିବେଶନରେ ଯେଉଁ ସମସ୍ତ ଭାଷାମନସ୍କ କବିତା ଉପସ୍ଥାପିତ ହେବ, ସେଗୁଡ଼ିକୁ ଏହି ମଞ୍ଚରେ ଆମେ ‘ଭାଷା ମାଆ ପାଇଁ କବିତାଟିଏ ‘ ପୃଷ୍ଠାରେ ସ୍ଥାନିତ କରିବୁ । (ସୁଭାଷ ଚନ୍ଦ୍ର ପଟ୍ଟନାୟକ )]
Explanation:
have a nice day ✌️✌️✌️✌️
ପ୍ରାୟ ଫଗୁଣ ମାସ ଶେଷ ସରିକି, ଉଦୁଉଦିଆ ଖରାବେଳେ ବୁଢ଼ାଟିଏ ଗୋଟିଏ ଗାଁ ମଝିରେ ଯାଉଥିଲା ଷାଠିଏ ବରଷର ବୁଢ଼ା, ଦାନ୍ତଗୁଡ଼ାକ ସବୁ ପଡ଼ିଗଲାଣି, ମୁଣ୍ଡବାଳ ତେଣିକି ଥାଉ, ଛାତି ବାଳଗୁଡ଼ାକ ପାଚି ଧୋବ ଫରଫର ଦିଶୁଛି ବୁଢ଼ା ମୁଣ୍ଡରେ ଗୋଟିଏ ଟୋକେଇ, ଧୂଳିରେ ଆଣ୍ଠୁଯାକେ ବୁଡ଼ିଛି, ଅଷ୍ଟାଙ୍ଗ ଶରୀର ଝାଳରେ ବୁଡ଼ି ଗୋଡ଼ ବାଟେ ବହି ଯାଉଛି
ଗାଁ ମୁଣ୍ଡରେ ଗୋଟିଏ ଘର ପକ୍କା ପିଣ୍ଡା, ସାତଶେଣିଆ ଛପର, ଯାଉଁଳି କବାଟ ବୁଢ଼ା ସେହି ପିଣ୍ଡାରେ ବୋଝଟି ଥୋଇ ଦେଇ, ନଥ୍ କରି ବସି ପଡ଼ିଲା କିଛିକ୍ଷଣି ପରେ ସେ ଘରୁ ଗୋଟିଏ ଦାସୀ ବାହାରି ଆସିଲା ଦାସୀ ବୁଢ଼ାକୁ ଚିହ୍ନେ ପଚାରିଲା, କିହୋ ଶଙ୍ଖାରି ପୁଅ, ଶଙ୍ଖା ଆଣିଛ କି ? ବୁଢ଼ା ଉତ୍ତର କଲା, ହଁ ପୁଣି କହିଲା, ଝିଅ ଟୋପାଏ ପାଣି ଦିଅନ୍ତୁ, ବୁଢ଼ାମଣିଷ, ଖରାରେ ତଣ୍ଟି ଶୁଖି ଗଲାଣି ଦାସୀ ପାଣି ଆଣିବାକୁ ଚାଲିଗଲା
କିଛିକ୍ଷଣ ପରେ ଲୋଟାଏ ପାଣି ଘେନି ଦାସୀ ଫେରି ଆସି ବୁଢ଼ା ପାଖରେ ଥୋଇଦେଲା ବୁଢ଼ା ଉପରକୁ ଆଁ କରିଦେଇ ଢକ ଢକ କରି ଅଧଲୋଟାଏ ପାଣି ଟେକିଦେଲା ପାଣି ପିଇ ସାରି ବୁଢ଼ା ଚଉରସ ନିଶ୍ବାସଟିଏ ମୁହଁ ବାଟେ ପକାଇ କହିଲା, ‘ଝିଅ, ତୋର ବଡ଼ ଧରମ ହେଲା’ ଦାସୀ କହିଲା, ‘ହଉ ହେଲା ତ ହେଲା ପଛକେ, ଚାଲ ବହୁ ସାଆନ୍ତାଣୀ ଡାକୁଛନ୍ତି, କିମିତିକା ଶଙ୍ଖା ଅଛି ଦେଖିବେ’ ବୁଢ଼ା ଟୋକେଇଟି ନେଇ ଉଠିଲା ସଦର ଦରଜା ପାରି ହେଲେ ଭିତରେ ପକ୍କା ବାହାର, ସାମନାରେ ଚଉପାଢ଼ି, ବାଆଁ ପାଖକୁ ଭିତର ଆଡ଼ ଦୁଆର ସେ ଦୁଆର ପାଖରେ ଓଢ଼ଣା ଦେଇ ବୋହୂଟିଏ ଛିଡ଼ା ହୋଇଥିଲା ବୁଢ଼ା ଯାଇ ଟୋକେଇଟି ଥୋଇ ଛିଡ଼ା ହେଲା ବୋହୂଟି ଧୀରେଧୀରେ ଦାସୀକି କହିଲା, ‘କି ଶଙ୍ଖା ଅଛି ପଚାର ମ’ ଦାସୀ ଟିକିଏ ମୁଖରା ସେ କହିଲା, ‘ଛି ମ, ବୁଢ଼ା ମଣିଷଟାକୁ ଏତେ ଲାଜ ନିଜେ ଟୋକେଇରୁ ଆସି ଦେଖୁନାହଁ ? କଥାଟା ମନକୁ ଆସିଲା ବୋହୂଟି ଓଢ଼ଣା ଅଧେ ଟେକି ଦେଇ ମୁରୁକି ମୁରୁକି ହସି ହସିକା ବାହାରି ଆସି ଟୋକେଇ ପାଖରେ ଛିଡ଼ା ହେଲା ବୋହୂଟିର ମୁହଁ ଦିଶିଗଲା ମୁହଁଟି ଚକି କାଟି ଦେଲା ପରି ଗୋଲ୍ ଆଉ ଚମ୍ପାଫୁଲ ପରି ଗୋରା ଚାରି ଆଙ୍ଗୁଳି ଓସାର, ନାଲି ତହିଁରେ ମୟୂରକଣ୍ଠିଆ କସ୍ତା ଖଣ୍ଡିକ ଗୋଇଠି ଯାଏ ଲମ୍ବିଛି ତା’ ଭିତରେ ଦେଇ ବୋହୂଟିର କଞ୍ଚାସୁନା ପରି ଗୋରା, ଗୋଟିଏ ଚାଉଳରେ ଗଢ଼ା, ଦେହଟି ଫୁଟି ଦିଶୁଛି ବୁଢ଼ାର ଆଖି ପୂରି ଉଠିଲା ଏତେ ସୁନ୍ଦର, ଏଡ଼େ ନିଜର ବୋହୂଟିଏ ସେ କେବେ ଦେଖିନାହିଁ ବୁଢ଼ା ଆଉ ଆଖି ଫେରାଇ ପାରିଲା ନାହିଁ ଏକା ଧ୍ୟାନରେ ତାକୁ ଚାହିଁ ରହିଲା
ବୁଢ଼ାର ଇଚ୍ଛା କ’ଣ କହିବ ବୋଲି, କିନ୍ତୁ ପାଟିରୁ କଥା ଫୁଟିଲା ନାହିଁ କେତେବେଳେକେ ବୁଢ଼ା ମୁହଁ ଫିଟାଇ କହିଲା, ‘ମା କି ଶଙ୍ଖା ନବୁ ନେ’ ମା’ ବୋଲି ଡାକି ଦେଲାକ୍ଷଣି ବୁଢ଼ାର ଛାତି କୁଣ୍ଢେ ମୋଟ ହୋଇଗଲା ବୋହୂଟି ନାଜ ଛାଡ଼ି ଦେଇ କହିଲା, ‘ଅସ୍ମାନ୍ତାରା ଶଙ୍ଖା ଅଛି ?’ ଓଃ ଏଡ଼େ ମିଠାକଥା ଏପରି କଥା ତ କେହି କହେ ନାହିଁ ବୁଢ଼ାର କାନରେ ସେ ସ୍ବରଟା ଥରକୁ ଥର ବାଜିବାକୁ ଲାଗିଲା ବୁଢ଼ା କହିଲା, ‘ନା, ମା, ରଙ୍ଗଝଲିରି, ବଉଳଫୁଲିଆ, ବିଛାମାଳିଆ, ଚୁନଟିପି ଏହିସବୁ ଅଛି ଏହିଥିରୁ ଯାହା ନବୁ ମା, ମୁଁ ଆସ୍ମାନ୍ତାରା ତିଆରି ହେଲେ ଆଣିଦେବି’
ବୋହୂଟି ଦେଖି ଦେଖି ମୁଠାଏ ଶଙ୍ଖା ପସନ୍ଦ କଲା ତେବେ ସେ ମୁଠାକ ହାତକୁ ହେବ କି ନାହିଁ କିଏ କହିବ ? ଏହି ସମୟରେ ‘ବୁଢ଼ା କହିଲା, ଦେ ମା, ହାତ ଦେ, ମୁଁ ଶଙ୍ଖା କଛି ଦିଏ’ ବୋହୂଟି ହଠାତ୍ ହାତ ବଢ଼ାଇ ଦେଉଛି ବା କିପରି ? ଟିକିଏ ଇତସ୍ତତଃ କଲା ବୁଢ଼ା କହିଲା, ‘ମା’, ମୋତେ ନାଜ କରୁଛୁ ? ମୁଁ ପରା ତୋ ପୁଅ ପୁଅକୁ ମା’ ନାଜ କରେ ନା ?”
ଦାସୀ ଏହି ସମୟରେ ଠୋ ଠୋ କରି ହସି ଦେଇ କହିଲା, ‘ବୋହୂ ସାଆନ୍ତାଣୀଏ ଆଛା ବୁଢ଼ା ପୁଅଟିଏ ପାଇଲ ଏକା, କପାଳ ତ !’ ବୋହୂଟି ପୁଣି ହସି ଦେଇ କହିଲା, ‘ଦୂର୍’
ବୋହୂଟି ହାତ ବଢ଼ାଇଦେଲା କେଡ଼େ ଟିକିଏ ଟିକି ହାତଟି କେଡ଼େ ସୁନ୍ଦର ଗୋଲ ଆଙ୍ଗୁଳିଗୁଡ଼ିକ ଚମ୍ପାକଢ଼ି ପରି ପାପୁଲିଟି ଟୁଳ୍ ଟୁଳ୍ ହେଉଛି ଶଙ୍ଖାଗୁଡ଼ିକ କି ସୁନ୍ଦର ଦିଶୁଛି ଏ କ’ଣ ମଣିଷର ହାତ ? ନା, କେହି କାରିଗର ଠାକୁର ଗଢ଼ିଛି ? ସେ ହାତକୁ ବୁଢ଼ା ତା’ର ମଳିଆ, ରୁକ୍ଷ ହାତରେ ଧରିବାକୁ ସାହସ କଲା ନାହିଁ ତା’ପରେ ବାଁ ହାତରେ ଥିରକରି ହାତଟି ଧରି ପରେ ଶଙ୍ଖା କିଛି କାଢ଼ିଲା ଏ ହାତ, ଶଙ୍ଖାରେ କାଳେ କଟିଯିବ, ରକତ ବାହାରି ପଡ଼ିବ ଯେ ! ପୁଣି ଟିକିଏ ରହିଲା ପୁଣି ଶଙ୍ଖାପଟିଏ ଆଣି ଧୀରେ ଧୀରେ ଅତି ସନ୍ତର୍ପଣରେ, ଅତି ସାବଧାନତାର ସହିତ ସେ ପଟକ କଛି ନେଲା ସେ ହାତଟି ଧରିଥିବା ବେଳେ ବୁଢ଼ାର ଆନନ୍ଦର ସୀମା ରହୁ ନଥାଏ ଯେପରି ତା’ର ଜୀବନର ସମସ୍ତ ସୁଖ, ସମସ୍ତ ଆଶାର ସେହିଠାରେ ତୃପ୍ତି ସେ ହାତକୁ ପୁଣି ଛାଡ଼ି ଦେବାକୁ ହେଲା ବୁଢ଼ା ଭାବିଲା, ମୁଁ ପ୍ରତିଦିନ ଏହିପରି ଏ ହାତରେ ଶଙ୍ଖା ପିନ୍ଧାନ୍ତି କି !
ଏହି ସମୟରେ ସେ ଘରର ସାଆନ୍ତାଣୀ ସେଠାରେ ଆସି ପହଞ୍ଚିଲେ ଶାଶୁଙ୍କୁ ଦେଖି ବୋହୂଟି ଓଢ଼ଣା ଟାଣିଦେଇ ପଳାଇଲା ଶାଶୁ ଦାସୀକୁ ପଚାରିଲେ, ‘‘କି’ ଲୋ, ଶଙ୍ଖା କିଣୁଥିଲୁ କି ?” ଦାସୀ କହିଲା, ‘ହଁ, ବୋହୁ ସାଆନ୍ତାଣୀ ଏହି ମୁଠାକ ନେବେ ବୋଲି କହୁଛନ୍ତି’
ଶାଶୁ କହିଲେ, ‘ଦାମ୍ କେତେ ?’
ବୁଢ଼ା-ଶଙ୍ଖାମୁଠାକ, କି ଦାମ୍ ?
ଶାଶୁ-ଫେର୍, କେତେ ଦେବି ?
ବୁଢ଼ା-ମା’ଠଉଁ ମୁଁ କ’ଣ ଦାମ୍ ନେବି ?
ଦାସୀ ହସି ହସି କହିଲା, ‘ସେଇ ପିଲାଟି ବୋହୂ ସାଆନ୍ତିଣୀଙ୍କ ପୁଅ ହୋଇଛି ’ ଶାଶୁ ବି ହସିଲେ ଆଛା, ଏଥର ଦାମ୍ ନେଇଥାଅ, ଆଉ ଥରକୁ ପଛେ ଖାଲି ଦେଇଯିବ ତମେ ଗରିବ ଲୋକ
ବୁଢ଼ା- ନା’, ନା, ମୋ ମା’କୁ ମୁଁ ତ ଦେଇଛି; ମୁଁ ଆଉ ଦାମ୍ ନେବିନାହିଁ ଶଙ୍ଖାମୁଠାକ ଲାଗି ମୁଁ ଗରିବ ହୋଇଯିବି ନାହିଁ’
ଏହା କହି ଶଙ୍ଖାରି ଶଙ୍ଖାମୁଠାକ ରଖି ଦେଇ ବୋଝଟି ଧରି ଏକାବେଳକେ ଚାଲିଗଲା ! ଆଉ ଡାକିଲେ ଶୁଣିଲା ନାହିଁ ଦାସୀ ପଛରେ ଗୋଡ଼େଇ ଗୋଡ଼େଇ ଗଲା; କିନ୍ତୁ ସେ ଆଉ ଫେରି ଚାହିଁଲା ନାହିଁ